ସାରା ଦୁନିଆ ନ୍ୟୁଜ୍ ବ୍ୟୁରୋ: ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର। ଆସନ୍ତା ବୁଧବାର ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ। ୬ତାରିଖ ଦିନ ଗୋଟାଏରେ ରେଜଲ୍ଟ ପ୍ରକାଶ ପାଇବ। ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ ଯେ କରୋନା ମହାମାରୀ ଯୋଗୁଁ ୨ବର୍ଷ ପରେ ଏଥର ଅଫଲାଇନ୍ରେ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି। ଚଳିତ ବର୍ଷ ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏପ୍ରିଲ ୨୯ରୁ ମେ ୭ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଚାଲିଥିଲା। ମଧ୍ୟମା ଓ ଓପନ ସ୍କୁଲ ପିଲାଙ୍କୁ ମିଶାଇଲେ ମୋଟ ୫ ଲକ୍ଷ ୮୫ ହଜାର ୭୩୦ ଜଣ ପିଲା ୩୫୪୦ କେନ୍ଦ୍ରରେ ପରୀକ୍ଷା ଦେଇଥିଲେ।
ମେ’ ୨୧ରେ ମାଟ୍ରିକ ଖାତା ମୂଲ୍ୟାୟନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ରେଗୁଲାର ପରୀକ୍ଷା ସହିତ ଏସ୍ଓସ୍ ଓ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ ହୋଇଥିଲା । ରାଜ୍ୟର ମୋଟ୍ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହୋଇଥିଲା। ଖାତା ଦେଖା ପାଇଁ ୪୮୧ ଜଣ ମୁଖ୍ୟ ପରୀକ୍ଷକଙ୍କ ସହ ୯୦୦ ଜଣ ଉପ ପରୀକ୍ଷକ, ୮୯୧୯ ଜଣ ସହକାରୀ ପରୀକ୍ଷକ ଓ ୯୩୦ ଜଣ ସ୍କ୍ରୁଟିନାଇଜର ଏଥିରେ ନିୟୋଜିତ ହୋଇଥିଲେ।


0 Comments