୧୮ ଓ ୧୯ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ୨୦ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।
୧୮ ତାରିଖ ଦିନ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଗଞ୍ଜାମ, ଗଜପତି, ପୁରୀ ଓ ଜଗତସିଂହପୁର ଆଦି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷିବ । ୧୯ ତାରିଖ ଦିନ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୨୦ ତାରିଖରୁ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ ।
SARADUNIA NEWS


0 Comments