Recent

6/recent/ticker-posts

ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବର୍ଷା : ୧୮ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ

ଆସନ୍ତାକାଲି ଠାରୁ ପୁଣି ରାଜ୍ୟରେ ଆରମ୍ଭ ହେବ ବର୍ଷା । ଆସନ୍ତାକାଲି ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏବଂ ଏହାର ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ୧୮ ତାରିଖରୁ ବର୍ଷା ଆରମ୍ଭ ହେବ ।_

କଳାହାଣ୍ଡି, ଗଞ୍ଜାମ, ଗଜପତି, ପୁରୀ ଓ ଜଗତସିଂହପୁର ଆଦି ଜିଲ୍ଲାରେ ଆସନ୍ତାକାଲି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।_

୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ୧୮ ଓ ୧୯ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ୨୦ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।_

                     SARADUNIA NEWS

Post a Comment

0 Comments