ଭୁବନେଶ୍ବର(SARA DUNIA NEWS): ରାଜ୍ଯରେ ଆଗାମୀ ୩ ଦିନ ପର୍ଯ୍ଯନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାଗୁଡ଼ିକୁ ୟେଲୋ ଓ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଏହି ପରିପ୍ରେକ୍ଷୀରେ ୨୦ ତାରିଖ ପାଇଁ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ପୁରୀ , ଖୋର୍ଦ୍ଧା, କଟକ, ନୟାଗଡ଼, ଜଗତସିଂହପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ କୋରାପୁଟ ଆଦି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ ୱାର୍ଣ୍ଣିଂ ଜାରି କରଯାଇଥିବା ଜିଲ୍ଲାଗୁଡିକ ହେଲା- ଗଜପତି, ମାଲକାନଗିରି, ରାୟଗଡ଼ା, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ସୋନପୁର, ବଲାଙ୍ଗୀର ଓ ବରଗଡ଼ ।
ସେହିପରି ୨୧ ତାରିଖ ପାଇଁ ମଧ୍ଯ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଉକ୍ତ ଜିଲ୍ଲାଗୁଡ଼ିକ ହେଲା- ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ, ଦେବଗଡ଼,ବରଗଡ଼, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା। ପ୍ରବଳ ବର୍ଷା ନେଇ କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।


0 Comments