Recent

6/recent/ticker-posts

ବରିଷ୍ଠ ବିଜେପି ବିଧାୟକ ବିଷ୍ଣୁ ସେଠୀ ଆଉ ନାହାନ୍ତି, ୬୧ ବର୍ଷ ବୟସରେ ପରଲୋକ

ଭୁବନେଶ୍ବର: ବରିଷ୍ଠ ବିଜେପି ବିଧାୟକ ବିଷ୍ଣୁ ସେଠୀ ଆଉ ନାହାନ୍ତି। ଆଜି ତାଙ୍କର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୬୧ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନ ଧରି କିଡନି ରୋଗରେ ପୀଡ଼ିତ ଥିଲେ। ତାଙ୍କୁ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଥିଲା।

ସେ ଭଦ୍ରକ ଜିଲ୍ଲାର ଧାମନଗର ନିର୍ବାଚନ ମଣ୍ଡଳୀର ବିଧାୟକ ଭାବେ ଗତ ବିଧାନସଭା ନିର୍ବାଚନରେ ନିର୍ବାଚିତ ହୋଇଥିଲେ।

ଏହାପୂର୍ବରୁ ସେ ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ବିଧାୟକ ଭାବେ ଥରେ ନିର୍ବାଚିତ ହୋଇଥିଲେ। ବିଧାୟକ ବିଷ୍ଣୁ ସେଠୀ ବିରୋଧୀ ଦଳ ଉପନେତା ଭାବେ ବି ଦାୟିତ୍ବ ନିର୍ବାହ କରିଥିଲେ। ବିଜେପିର ଜଣେ ବଡ଼ ନେତା ଏବଂ ସରକାରୀ ଦଳର ତୀବ୍ର ସମାଲୋଚକ ଭାବେ ପରିଚିତ ଥିଲେ ସେ। କେବଳ ଜଣେ ରାଜନେତା ନ ଥିଲେ, ବରଂ ସେ ଜଣେ ସାହିତ୍ୟିକ ଭାବେ ବି ବେଶ ପରିଚିତ। ଜଣେ ମେଳାପୀ ଓ ସାଲିସବିହୀନ ବ୍ୟକ୍ତି ଭାବେ ସେ ଖୁବ୍ ଜଣାଶୁଣା ଥିଲେ। ସେ ଘାସଫୁଲ ସାହିତ୍ୟପତ୍ରିକାର ସଂପାଦକ ବି ଥିଲେ

Post a Comment

0 Comments