ନୂଆଗାଁ: ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ପରିସରରେ ଥିବା ରାଜୀବ ଗାନ୍ଧି ସଦଭାବନା ଗୃହ ମଧ୍ୟରେ ନୂଆଗାଁ ପଞ୍ଚାୟତ ସମିତି ର ଦ୍ଵିତୀୟ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି।ନୂଆଗାଁ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅଧିବେଶନରେ ମୁଖ୍ୟ ଅତିଥି ଭାବେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗଦେଇ ଶିକ୍ଷା,ସ୍ବାସ୍ଥ୍ୟ,ଗମନାଗମନ ଆଦି ଉପରେ ଗୁରୁତ୍ୱାରୋପ କରିଥିଲେ।ସମ୍ମାନୀତ ଅତିଥି ଭାବେ ବିଡ଼ିଓ ପ୍ରମୋଦ କୁମାର ନାୟକ, ଉପାଧ୍ୟକ୍ଷ ପର୍ଶୁରାମ ସ୍ୱାଇଁ,ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ସାସମଲ୍,୧୭ ନଂ ଜିଲ୍ଲା ପରିଷଦ ସଭ୍ୟା ପ୍ରତିମା ଦଳ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।
ପଞ୍ଚାୟତ ସମିତି ର ଦ୍ଵିତୀୟ ଅଧିବେଶନରେ ୨୨ ଟି ପଞ୍ଚାୟତ ର ସରପଞ୍ଚ ,ସମିତି ସଭ୍ୟ,ସଭ୍ୟା ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହି ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ହୋଇଥିବା ଆଲୋଚନାରେ ଅଂଶ୍ରଗ୍ରହଣ କରିଥିଲେ।ଏହି କାର୍ଯ୍ୟକ୍ରମ କୁ ଏ ସି ଓ ପରିଚାଳନା କରିଥିଲେ।
ରିପୋର୍ଟ: ବର୍ଷା ନାଏକ (ନୂଆଗାଁ)


0 Comments