ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ସୁରକ୍ଷା ବ୍ୟବସ୍ଥା, ଟ୍ରାଫିକ୍ ପରିଚାଳନା, ରୁଟ୍ ପ୍ଲାନ ଓ କାର୍ୟ୍ୟସ୍ଥଳର ଆନୁଷଙ୍ଗିକ ପ୍ରସ୍ତୁତି ଉପରେ ବିସ୍ତୃତ ଆଲୋଚନା ହୋଇଛି। ସମସ୍ତ ବିଭାଗକୁ ପାରସ୍ପରିକ ସମନ୍ୱୟ ରଖି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ପ୍ରସ୍ତୁତି ସମ୍ପୂର୍ଣ୍ଣ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ଅମିତ ଶାହ ମାର୍ଚ୍ଚ ୫ ସନ୍ଧ୍ୟାରେ ସ୍ୱତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଓଡ଼ିଶା ପହଞ୍ଚିବେ। ମାର୍ଚ୍ଚ ୬ ସକାଳେ କଟକ ମୁଣ୍ଡଳୀସ୍ଥିତ Central Industrial Security Force (CISF) ପ୍ରତିଷ୍ଠା ଦିବସ କାର୍ୟ୍ୟକ୍ରମରେ ଯୋଗଦେବେ।
ଏହାପରେ ଜଟଣୀରେ ଜାତୀୟ ଫୋରେନସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଓ କେନ୍ଦ୍ରୀୟ ଫୋରେନସିକ୍ ବିଜ୍ଞାନ ପରୀକ୍ଷାଗାରର ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମିପୂଜନ କରିବେ। ସେହି ଦିନ ଅପରାହ୍ଣରେ ଭୁବନେଶ୍ୱର ଇଡକୋ ପ୍ରଦର୍ଶନୀ ପଡ଼ିଆରେ ନ୍ୟାୟ ସଂହିତା ପ୍ରଦର୍ଶନୀକୁ ଉଦଘାଟନ କରିବାର କାର୍ୟ୍ୟକ୍ରମ ମଧ୍ୟ ରହିଛି।


0 Comments