ଅନ୍ୟପଟେ, ଏହି ଘଟଣାକୁ ନେଇ ଆଜି ବିଧାନସଭାରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ରୋଗୀଙ୍କ ସଂଖ୍ୟାକୁ ନେଇ ବିରୋଧୀ ବିଜେଡି ଓ କଂଗ୍ରେସ ସରକାରଙ୍କୁ ଘେରିଛନ୍ତି। ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଇସ୍ତଫା ଦାବି କରି ବିରୋଧୀ ଦଳର ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ। ବିଜେଡି ବିଧାୟକମାନେ ଧଳା ପୋଷାକ ପିନ୍ଧି ବିଧାନସଭା ପରିସରରେ ଏକ "ପ୍ରତୀକାତ୍ମକ ଶବଶୋଭାଯାତ୍ରା" କରିବା ସହ ରାଜ୍ୟର ସ୍ୱାସ୍ଥ୍ୟ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ଅଭିଯୋଗ କରିଛନ୍ତି। ହଟ୍ଟଗୋଳ ଯୋଗୁଁ ବାଚସ୍ପତି ଗୃହକୁ ବାରମ୍ବାର ମୁଲତବୀ ରଖିବାକୁ ବାଧ୍ୟ ହୋଇଥିଲେ। ସୂଚନାଯୋଗ୍ୟ ଯେ, ଏହି ଅଗ୍ନିକାଣ୍ଡରେ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।


0 Comments